Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ୪୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ

ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ । ଏମାନଙ୍କ ମଧ୍ୟରୁ ୨୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୭୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରେ ୧୮ ବର୍ଷରୁ କମ୍ ବୟସ୍କ ୬୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱରରୁ ୧୧ ଜଣ, ଭଦ୍ରକରୁ ୬ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୪୬ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୨ ଜଣ, ଗଜପତିରୁ ୨ ଜଣ, ଜଗତସିଂହପୁରରୁ ୧୦ ଜଣ, ଯାଜପୁରରୁ ୧୧ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, କୋରାପୁଟରୁ ୨ ଜଣ, ମୟୂରଭଞ୍ଜରୁ ୧୪ ଜଣ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ୬ ଜଣ, ପୁରୀରୁ ୧୧ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ ପୁଲରୁ ୪୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୦ ହଜାର ୨୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୨୭ ହଜାର ୧୦୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୪ ହଜାର ୭୪୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Show More

Related Articles

Back to top button