Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୩ କରୋନା ଆକ୍ରାନ୍ତ

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ

ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୩ ଜଣ କରୋନା ଆକ୍ରାନ୍ତ । ଏହା ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୭ ଜଣ ଅଛନ୍ତି । ଆଜି ସୁସ୍ଥ ହୋଇଥିବା ୨୦୩ ଜଣ କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଏଯାଏ ମୋଟ କରୋନାରୁ ସୁସ୍ଥ ହୋଇଛନ୍ତି ୧୦ ଲକ୍ଷ ୩୮ ହଜାର ୫୦୯ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ସମ୍ବଲପୁର ଜିଲ୍ଲାରୁ ୧୩ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି । ସେହିପରି କଟକ, ସୁନ୍ଦରଗଡ଼ରୁ ୭-୭ ଜଣ, ଯାଜପୁରରୁ ୬, ମୟୂରଭଂଜ, ପୁରୀରୁ ୫-୫ ଜଣ, ଜଗତସିଂହପୁର, କେନ୍ଦ୍ରାପଡ଼ାରୁ ୪-୪, ଗଂଜାମରୁ ୩, ଭଦ୍ରକ, ରାୟଗଡ଼ାରୁ ୨-୨ ଜଣ, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନୟାଗଡ଼, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୨୪ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।

ଏହା ସହିତ ଆଜି ରାଜ୍ୟରେ ୨୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୩୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୯୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

Show More

Related Articles

Back to top button