Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୧୬୬ ଆକ୍ରାନ୍ତ

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୩

ଆଜି ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୧୬୬ ଜଣ କରୋନା ଆକ୍ରାନ୍ତ । ଏଥିରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୩ ଜଣ ଅଛନ୍ତି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୨ରେ ପହଂଚିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ମୟୂରଭଂଜ ଜିଲ୍ଲାରୁ ୨୨ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି । ସେହିପରି ସୁନ୍ଦରଗଡ଼ରୁ ୧୫, କଟକରୁ ୧୧, ଯାଜପୁର, କୋରାପୁଟରୁ ୬-୬, ଅନୁଗୁଳରୁ ୫, ପୁରୀରୁ ୪, ଗଜପତି, ଝାରସୁଗୁଡ଼ାରୁ ୩-୩, ଗଂଜାମ, କନ୍ଧମାଳ, କେନ୍ଦ୍ରାପଡ଼ାରୁ ୨-୨, ବାଲେଶ୍ୱର, ବରଗଡ଼, ଭଦ୍ରକ, କେନ୍ଦୁଝର, ନୟାଗଡ଼, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ଓ ରାଜ୍ୟପୁଲରୁ ୧୬ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି ।

ରାଜ୍ୟରେ ଆଜି ୧୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୭୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୨୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୮୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

Show More

Related Articles

Back to top button