Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୪ ଜଣ କରୋନା ଆକ୍ରାନ୍ତ

ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୪ ଜଣ କରୋନା ଆକ୍ରାନ୍ତ । ଏଥି ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୯ ଜଣ ସୁସ୍ଥ ହୋଇଛନ୍ତି । ଏହା ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୭ ହଜାର ୧୦୮ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ୩୯ ଜଣ ଆଜି କରୋନାରୁ ସୁସ୍ଥ ହୋଇଛନ୍ତି । ସମ୍ବଲପୁରରୁ ୧୬, ମୟୂରଭଂଜରୁ ୧୫, ବାଲେଶ୍ୱରରୁ ୧୪, ପୁରୀରୁ ୧୨, ଯାଜପୁରରୁ ୯, ବରଗଡ଼ରୁ ୬, ଭଦ୍ରକ, ଜଗତସିଂହପୁରରୁ ୫-୫, ଅନୁଗୁଳ ଓ କେନ୍ଦ୍ରାପଡ଼ାରୁ ୪ ଜଣ ଲେଖାଏଁ କରୋନାରୁ ସୁସ୍ଥ ହୋଇଛନ୍ତି । ସେହିପରି କୋରାପୁଟରୁ ୩, ଦେବଗଡ଼, ଗଂଜାମ, ସୁନ୍ଦରଗଡ଼ରୁ ୨-୨ ଜଣ, ଗଜପତିରୁ ଜଣେ ଓ ରାଜ୍ୟପୁଲରୁ ୩୬ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି ।

Show More

Related Articles

Back to top button