Breaking PLUSଦେଶମୁଖ୍ୟ ଖବର

ଗୋଟିଏ ଦିନରେ ରାଜସ୍ଥାନରେ ୨୧ଟି ନୂଆ ମାମଲା ଚିହ୍ନଟ

ଦେଶରେ ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍ ଆକ୍ରାନ୍ତ ସଂଖ୍ୟା । ଭାରତରେ ୪୦୦ ଟପିଲାଣି ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ରାଜସ୍ଥାନରେ ଓମିକ୍ରନର ୨୧ଟି ନୂଆ ମାମଲା ଚିହ୍ନଟ ହୋଇଛନ୍ତି । ଏହି ୨୧ ଜଣଙ୍କ ମଧ୍ୟରୁ ଜୟପୁରରୁ ୧୧ ଜଣ ଚିହ୍ନଟ ହୋଇଥିବାବେଳେ ଆଜମେରରୁ ୬, ଉଦୟପୁରରୁ ୩ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏହି ୨୧ ଜଣଙ୍କ ମଧ୍ୟରୁ ୫ ଜଣ ବିଦେଶରୁ ଫେରିଥିବା ଜଣାପଡ଼ିଛି । ଏହାକୁ ମିଶାଇ ରାଜସ୍ଥାନରେ ମୋଟ ୪୩ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ସବୁଠାରୁ ଅଧିକ ୨୮ କେସ୍ ଜୟପୁରରେ ଚିହ୍ନଟ ହୋଇଛନ୍ତି ।

ରାଜସ୍ଥାନ ବ୍ୟତୀତ ମହାରାଷ୍ଟ୍ରରେ ବି ଅଧିକ ସଂଖ୍ୟାରେ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ରରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ଶତକ ହାସଲ କରିସାରିଛି । ମହାରାଷ୍ଟ୍ରରେ ୧୦୮ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି । ମହାରାଷ୍ଟ୍ର ପରେ ଦିଲ୍ଲୀରେ ବି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୭୯ରେ ପହଞ୍ଚିଛି । ଏପରି ସ୍ଥିତିରେ ଆଗକୁ ନୂଆବର୍ଷ ଥିବାରୁ ଅନେକ ରାଜ୍ୟ ନାଇଟ କର୍ଫ୍ୟୁ ଲାଗୁ କରିସାରିଲେଣି ।

ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା କେବଳ ଉତ୍ତର ଭାରତରେ ବୃଦ୍ଧି ହୋଇନାହିଁ ଦକ୍ଷିଣ ଭାରତରେ ମଧ୍ୟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ି ଚାଲିଛି । ତାମିଲନାଡୁରେ ୩୪ ମାମଲାରେ ଚିହ୍ନଟ ହୋଇଥିବାବେଳେ କେରଳରେ ୩୭, ତେଲାଙ୍ଗାନାରେ ୩୮ ମାମଲା ଚିହ୍ନଟ ହୋଇଛି । ବଢ଼ୁଥିବା ମାମଲାକୁ ଦେଖି କୁହାଯାଉଛି କି ଆସନ୍ତା ବର୍ଷ ଫେବ୍ରୁଆରୀରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ପିକରେ ରହିବ । ଏପରି ସ୍ଥିତିରେ କେନ୍ଦ୍ର ସରକାର ବୁଷ୍ଟର ଡୋଜ୍ ନେଇ ଚିନ୍ତା କରୁଥିବା କୁହାଯାଇଛି ।

Show More

Related Articles

Back to top button