Breaking PLUSଓଡ଼ିଶାପାଣିପାଗମୁଖ୍ୟ ଖବର

ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ଲଘୁଚାପ ବଳୟ

୪ ଦିନ ଅତି ପ୍ରବଳ ବର୍ଷା

ଏବେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ଲଘୁଚାପ ବଳୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆଗାମୀ ୪ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମଙ୍ଗଳବାର ଉତ୍ତର ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ୧୩ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଯାଜପୁର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

୧୪ ଓ ୧୫ ଦୁଇ ଦିନ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୧୪ରେ ଭଦ୍ରକ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ ଓ ବରଗଡ଼ରେ ସବୁଠାରୁ ଅଧିକ ବର୍ଷା ହେବ । ୧୫ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ ହୋଇଛି ।

Show More

Related Articles

Back to top button