Breaking PLUSଓଡ଼ିଶାଦେଶପୂଜା ପାର୍ବଣଭକ୍ତିମୁଖ୍ୟ ଖବର

ତିନିବାଡରୁ ଆସିଲା ଆଜ୍ଞାମାଳ, ତିନି ରଥ ନେବେ ଉତ୍ତର ମୋଡ

ପୁରୀ : ରାତି ପାହିଲେ ଶ୍ରୀଜିଉଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ରଥ ଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଆଜି ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଉଭାଯାତ୍ରା ପାଳନ ହେଉଛି । ତିନିବାଡରୁ ପହଞ୍ଚିଛି  ଆଜ୍ଞାମାଳ । କିଛି ସମୟ ପରେ ପରେ ରଥ ସିଂହଦ୍ୱାର ସମ୍ମୁଖକୁ ଆସିବ । ପ୍ରଥମେ ନନ୍ଦିଘୋଷ, ତାପରେ ଦର୍ପଦଳନ ଓ ଶେଷରେ ତାଳଧ୍ୱଜକୁ ସିଂହଦ୍ୱାର ସମ୍ମୁଖକୁ ଅଣାଯିବ। ସେପଟେ ଘୋଷଯାତ୍ରା ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ରଥରେ ଶେଷ ସ୍ପର୍ଶ ଦେଉଛନ୍ତି ବିଶ୍ୱକର୍ମା ମହାରଣା, ଭୋଇ ସେବାୟତ, ରୂପକାର ଓ ଦରଜୀ ସେବାୟତ । ଏହାପରେ ପୁଲିସ ପ୍ରଶାସନ, ଶ୍ରୀମନ୍ଦିର ପ୍ରଶାସନ ଓ ସେବକମାନେ ତିନି ରଥକୁ ସିଂହଦ୍ୱାର ସମ୍ମୁଖକୁ ଟାଣିନେଇ ଉତ୍ତର ମୋଡ ଦେବେ । ଆଜି ରଥଯାତ୍ରାର ପୂର୍ବପ୍ରସ୍ତୁତି ଆରମ୍ଭ ହେଉଥିବାରୁ ଭକ୍ତଙ୍କ ପାଇଁ ମାତ୍ର ୫ ଘଣ୍ଟାର ଦର୍ଶନ ବ୍ୟବସ୍ଥା କରାଯାଇଛି ।  ସନ୍ଧ୍ୟା ୫ଟାପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଆସନ୍ତକାଲି ବିଶ୍ୱପ୍ରସିଦ୍ଧ ରଥ ଯାତ୍ରା । ରଥରେ ବସି ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିବେ ଚତୁର୍ଦ୍ଧାମୂରତି । ଏଥିପାଇଁ ସ୍ୱତନ୍ତ୍ର ନୀତିକାନ୍ତି ଚୂଡାନ୍ତ କରାଯାଇଛି। ୨ ବର୍ଷର ବ୍ୟବଧାନ ପରେ ଚଳିତ ବର୍ଷ ରଥ ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ । ଏହାକୁ ଆଖି ଆଗରେ ରଖି ଉଭୟ ଜିଲ୍ଲା ଓ ପୁଲିସ ପ୍ରଶାସନ ଫୁଲଦମ୍‌ରେ ଲାଗିଛନ୍ତି ।

Show More

Related Articles

Back to top button