ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ୧୦ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି

ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ତେବେ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଉତ୍ତର ଆଭ୍ୟନ୍ତରୀଣ କେତେକ ଅଞ୍ଚଳ ଏବଂ ଉତ୍ତର ଉପକୂଳବର୍ତ୍ତୀ ଜିଲାଗୁଡିକର ଅଳ୍ପ କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏଭଳି ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, ଝାରସୁଗୁଡା, ବରଗଡ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ବୌଦ୍ଧ ପ୍ରଭୃତି ୧୦ଟି ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ, ଏଣୁ ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।

ଗୁରୁବାର ବାଲେଶ୍ୱର, ଚାନ୍ଦବାଲି, ପାରାଦ୍ୱୀପ, ଭୁବନେଶ୍ୱର, ପୁରୀ, ବାରିପଦା, ଝାରସୁଗୁଡା, ସମ୍ବଲପୁର, ହୀରାକୁଦ ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରେ ବର୍ଷା ହୋଇଛି। ମୌସୁମି ବାୟୁ ପ୍ରଭାବ ଯୋଗୁଁ ସମୁଦ୍ର ମଧ୍ୟରେ ପବନ ବହୁଛି। ମତ୍ସ୍ୟଜୀବୀମାନେ ଉତ୍ତର ବଙ୍ଗୋପସାଗର ଓ ଏହାର ଆଖାପାଖ ଗଭୀର ସମୁଦ୍ର ମଧ୍ୟକୁ ନ ଯିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

Show More

Related Articles

Back to top button