Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ଆଜିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର, 21 ନଭେମ୍ବର – ଆଜି ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ । ଏହି ଅଧିବେଶନ ଡିସେମ୍ବର ୩୦ତାରିଖ ପର୍ଯ୍ୟନ୍ତ ଚାଲିବ । ଏଥିରେ ମୋଟ ୩୦ଟି ସରକାରୀ କାର୍ଯ୍ୟ ଦିବସ ରହିଛି । ଏଥିରୁ ୨୪ ଟି ସରକାରୀ କାର୍ଯ୍ୟଦିବସ ରହିଥିବା ବେଳେ ୬ ଟି ବେସରକାରୀ କାର୍ଯ୍ୟ ଦିବସ ରହିଛି ।

ରାଜ୍ୟର ବିଭିନ୍ନ ଜନପ୍ରସଙ୍ଗ, ସାଧାରଣ ଲୋକଙ୍କ ମୈାଳିକ ସମସ୍ୟା ଏବଂ ସାଂପ୍ରତିକ ସାମାଜିକ ଓ ରାଜନୈତିକ ପରିସ୍ଥିତିକୁ ନେଇ ବିଜେପି ବିଧାନସଭା ଅଧିବେସନରେ ପୁଙ୍କାନୁପୁଙ୍ଖ ଆଲୋଚନା କରିବା ସହିତ ସରକାରଙ୍କୁ ଜବାବ୍ ତଲବ କରିବ । ବିଶେଷ ଭାବେ ଦୁର୍ନୀତି, ଭ୍ରଷ୍ଟାଚାର, ବ୍ୟଭୀଚାର, ବ୍ୟାପକ ପିସି କାରବାର, ଆଦିବାସୀ ଜମି ହଡପ୍ ପାଇଁ ଷଡଯନ୍ତ୍ର, ଆଇନଶୃଙ୍ଖଳା, କୃଷି ଓ କୃଷକ ସମସ୍ୟା, ରତ୍ନଭଣ୍ଡାର, ସିଏଜି ରିପୋର୍ଟରେ ଦୁର୍ନୀତିର ଖୁଲାସା, ସ୍ୱାସ୍ଥ୍ୟ, ଶିକ୍ଷା, ବିଜୁଳି, ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ବୃଦ୍ଧି, ବିପର୍ଯ୍ୟସ୍ତ ପଂଚାୟତରାଜ ବ୍ୟବସ୍ଥା ଓ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା, ପାନୀୟ ଜଳ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମହାଦୁର୍ନୀତି ଆଦି ଜନବିରୋଧୀ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଘେରିବ ବୋଲି ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତି ଗ୍ରହଣ କରାଯାଇଛି ।

ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ବିଜେପି ବିଧାୟକ ଦଳ ବୈଠକ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ବିଜେପି ବିଧାୟକଗଣ ଉପସ୍ଥିତ ରହି ରଣନୀତି ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ । ବିଜେପି ପକ୍ଷରୁ କୁହାଯାଇଛି ଯେ, ୨୩ ବର୍ଷର ବିଜେଡି ଶାସନରେ ଓଡିଶାରେ ଦୁର୍ନୀତି, ଭ୍ରଷ୍ଟାଚାର ଓ ବ୍ୟଭୀଚାର ଚରମ ସୀମା ଅତିକ୍ରମ କରିସାରିଛି ଯାହାକି ‘ବ୍ଲକ ଘେରାଓ’ କାର୍ଯ୍ୟକ୍ରମରେ ସ୍ପଷ୍ଟ ରୂପେ ପ୍ରତିଫଳିତ ହୋଇଛି । ବିଜେଡି ଶାସନକୁ ନେଇ ଓଡ଼ିଶାବାସୀଙ୍କ ମନରେ “ଜନଆକ୍ରୋଶ”ରେ ସୃଷ୍ଟି ହୋଇଛି । ଶାସକ ଦଳର ବିଧାୟକ ସୁଶାନ୍ତ ସିଂହଙ୍କ ଇଙ୍ଗିତରେ ବରଗଡ ଜିଲ୍ଲା ଅମ୍ବାଭୋନା ଥାନା ଭଙ୍ଗାରୁଜା ଘଟଣା ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ପଦାରେ ପକାଇଛି ।

Show More

Related Articles

Back to top button