Breaking PLUSଓଡ଼ିଶାମୁଖ୍ୟ ଖବର

4ଟି ରାଜ୍ୟ ସହିତ ଓଡ଼ିଶାର ୧୪ଟି ଜିଲ୍ଲାର ଆନ୍ତଃ-ରାଜ୍ୟ ସୀମା ବିବାଦ

ଭୁବନେଶ୍ୱର- ପଡ଼ୋଶୀ ୪ ରାଜ୍ୟ ସହିତ ରାଜ୍ୟ ୧୪ଟି ଜିଲ୍ଲାର ଆନ୍ତଃ-ରାଜ୍ୟ ସୀମା ବିବାଦ ଲାଗି ରହିଛି ବୋଲି  ଆଜି ଗୃହରେ ଉତ୍ତର ରଖି କହିଛନ୍ତି ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ବିଧାୟକ ରମେଶ ବେହେରାଙ୍କ ପ୍ରଶ୍ନରେ ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି ଯେ, ଆନ୍ଧ୍ର ପ୍ରଦେଶ, ଛତିଶଗଡ଼, ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗ ରାଜ୍ୟ ସହ ଓଡ଼ିଶାର ୧୪ଟି ଜିଲ୍ଲାର ଆନ୍ତଃ ରାଜ୍ୟ ସୀମା ସଂଲଗ୍ନ ଅଛି। ଯାହାକୁ ନେଇ ବିବାଦ ଲାଗି ରହିଛି। ତେବେ କୋଟିଆ ଗ୍ରାମପୁଞ୍ଜକୁ ଛାଡ଼ିଦେଲେ ଅନ୍ୟ କେଉଁ ସ୍ଥାନରେ ବିବାଦ ସେତେ ବଡ଼ ଧରଣର ନାହିଁ ବୋଲି ମନ୍ତ୍ରୀ ସ୍ପଷ୍ଟୋକ୍ତି ରଖିଛନ୍ତି ।

Show More

Related Articles

Back to top button