ଓଡ଼ିଶାଦେଶସ୍ୱତନ୍ତ୍ର

ଆଉ ୬ ମାସ ବୃଦ୍ଧି ପାଇଲା ଓଡିଶା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ

ଆଉ ୬ ମାସ ବୃଦ୍ଧି ପାଇଲା ଓଡିଶା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ । ଆଜି ଓଡିଶା ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳକୁ ଆଉ ୬ ମାସ ପାଇଁ ବୃଦ୍ଧି କରିଛନ୍ତି ଭାରତ ସରକାର ।

ସୂଚନା ଅନୁଯାୟୀ, ଅଗଷ୍ଟ ୧୦ ତାରିଖରେ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ବୃଦ୍ଧି କରିବା ପାଇଁ ଓଡ଼ିଶା ସରକାର ଭାରତ ସରକାରଙ୍କୁ ପ୍ରସ୍ତାବ ଦେଇଥିଲେ। ଏହାପରେ  ଭାରତ ସରକାର ଉକ୍ତ ପ୍ରସ୍ତାବକୁ ମଞ୍ଜୁରି ଦେଇ ରାଜ୍ୟର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଚାକିରି କାଳ ଆଉ ୬ ମାସ ପାଇଁ ବୃଦ୍ଧି କରିଛନ୍ତି।

ସୂଚନା ଯୋଗ୍ୟ, ପୂର୍ବରୁ ମଧ୍ୟ ସୁରେଶ ମହାପାତ୍ରଙ୍କର ୬ ମାସ କାର୍ଯ୍ୟକାଳ ବଢ଼ିଥିଲା । ବର୍ତ୍ତମାନ ତାଙ୍କ କାର୍ଯ୍ୟକାଳ ଦ୍ୱିତୀୟ ଥର ପାଇଁ ୬ ମାସ ବୃଦ୍ଧି ହୋଇଛି। ସେ ୨୦୨୩ ଫେବୃୟାରୀ ୨୮ ପର୍ଯ୍ୟନ୍ତ ରାଜ୍ୟ ମୁଖ୍ୟ ସଚିବ ଭାବେ କାର୍ଯ୍ୟ କରିବେ ।ଶ୍ରୀ ମହାପାତ୍ରଙ୍କର କାର୍ଯ୍ୟକାଳ ଅଗଷ୍ଟ ୩୧ ତାରିଖରେ ଶେଷ ହେଉଛି।

 

Show More

Related Articles

Back to top button