Breaking PLUSଓଡ଼ିଶାମୁଖ୍ୟ ଖବରସ୍ୱାସ୍ଥ୍ୟ

ସମ୍ଭାବ୍ୟ କରୋନାର ତୃତୀୟ ଲହର ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ନିୟମ କଡ଼ାକଡ଼ି ପାଳନ କରିବାକୁ ଦେଲେ ନିର୍ଦ୍ଦେଶ

ଚିନ୍ତା ବଢାଉଛି କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ୍’। ଦକ୍ଷିଣ ଆଫ୍ରିକାରୁ ମିଳିଥିବା ଏହି ନୂଆ ଭାରିଆଣ୍ଟକୁ ନେଇ ବିଶ୍ୱରେ ବାଜିଛି ସତର୍କ ଘଣ୍ଟି । ଏହା ସାରା ବିଶ୍ୱ ପାଇଁ ଘାତକ ହେବାର ସମ୍ଭାବନା ଯଥେଷ୍ଟ ଅଧିକ ବୋଲି ସୋମବାର ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ(ହୁ) ପକ୍ଷରୁ ଚେତାବନୀ ଦିଆଯାଇଛି । କରୋନାର ନୂଆ ଭାରିଆଣ୍ଟ ‘ଓମିକ୍ରନ୍’ କରୋନାର ତୃତୀୟ ଲହର ଭାବେ ମାଡି ଆସୁଛି ।

ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡର ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସତର୍କ ରହିବା ସହିତ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରିବା ଏବଂ ସରକାରଙ୍କୁ ପୂର୍ଣ୍ଣ ସହଯୋଗ ଯୋଗାଇ ଦେବା ପାଇଁ ଅନୁରୋଧ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ଏହି ସମୀକ୍ଷା ବୈଠକରେ ରାଜ୍ୟବାସୀଙ୍କୁ ସତର୍କ କରିବା ସହ କହିଛନ୍ତି ଯେ କରୋନାର ନୂଆ ଭାରିଆଣ୍ଟ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସତର୍କ କରାଇଛି । ଏଣୁ ଆମକୁ ଏବେଠୁ ସତର୍କ ହେବାକୁ ପଡିବ । ଆଗୁଆ ସଚେତନତା କାରଣରୁ ଓଡ଼ିଶା ପ୍ରଥମ ଓ ଦ୍ୱିତୀୟ ଲହରକୁ ସଫଳତାର ସହ ସାମ୍ନା କରିପାରିଛି । ଏଣୁ ବର୍ତ୍ତମାନଠୁ କରୋନା ବିରୋଧରେ ସଚେତନତା ଜାରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଏଥି ସହିତ ପୂର୍ବଭଳି ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । କୋଭିଡ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । କରୋନା ସତର୍କତା ସହିତ ନିୟମ ପାଳନ ଦିଗରେ ଜିଲ୍ଲାପାଳମାନେ ଧ୍ୟାନ ଦିଅନ୍ତୁ ବୋଲି ସେ କହିଛନ୍ତି । ନୂଆ ଭାରିଆଣ୍ଟକୁ ସମସ୍ତେ ଗୁରୁତର ସହ ନେବା ସହିତ ଏହାର ମୁକାବିଲା ପାଇଁ ସ୍ୱାସ୍ଥ୍ୟ ବିଭାଗ ଆଗୁଆ ପ୍ରସ୍ତୁତ ରହୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଅନ୍ୟପଟେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କୋଭିଡ ନିୟମକୁ ନିବେଦନ କରିଥିବା ବେଳେ କରୋନା ବିରୋଧରେ ସଚେତନତା ଜାରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । କୋଭିଡ ମୁକାବିଲା ପାଇଁ ଆମର ଥିବା ପ୍ରସ୍ତୁତିକୁ ପୁଣି ଥରେ ପୁନଃ ସକ୍ରିୟ କରିବା ସହିତ ଡାକ୍ତର, ନର୍ସ, ସ୍ୱାସ୍ଥ୍ୟକର୍ମୀଙ୍କ ସମତେ ଏଥିରେ ସଂଶ୍ଲିଷ୍ଟ ସବୁ ଅଧିକାରୀ ମାନଙ୍କୁ ଜାଗତିଆର ରଖିବା ପାଇଁ ପରାମର୍ଶ ଦେଇଥିଲେ । ଏହାସହିତ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା ଆଦି କୋଭିଡ ନିୟମ ସଂପର୍କରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ କରିବା ପାଇଁ ସୂଚନା ଓ ଲୋକସଂପର୍କ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ।

ପଞ୍ଚାୟତ ପ୍ରତିନିଧିଙ୍କ ଠାରୁ ଆରମ୍ଭ କରି ମିଶନ ଶକ୍ତି ଗ୍ରୁପ ପର୍ଯ୍ୟନ୍ତ ସମାଜର ସବୁ ବର୍ଗର ଲୋକଙ୍କୁ ସାମିଲ କରି ସଚେତନତା ତଥା କୋଭିଡ ନିୟମ ଅନୁପାଳନକୁ ସୁନିଶ୍ଚିତ କରିବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ରାଜ୍ୟରେ ଯେପରି କୋଭିଡ୍ ନିୟମକୁ ପୂର୍ବଭଳି କଡ଼ାକଡ଼ି ପାଳନ ହେବ ତାହା ଉପରେ ଦୃଷ୍ଟି ଦେବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Show More

Related Articles

Back to top button