Breaking PLUSଓଡ଼ିଶାଦେଶ ବିଦେଶମୁଖ୍ୟ ଖବରରାଜନୀତି

ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶାର ଝିଅ ତଥା ଦେଶର ନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ରାଷ୍ଟ୍ରପତି ନିର୍ବାଚନରେ ଜିତିବା ପରେ ତାଙ୍କ ନିକଟକୁ ଦେଶର ବିଭିନ୍ନ କୋଣରୁ ଶୁଭେଚ୍ଛାର ସୁଅ ଛୁଟିଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ୍‌ ଶାହ, ରାଜନାଥ ସିଂହ ଶୁଭେଚ୍ଛା ଜଣାଇଛନ୍ତି । ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ।

ଏହାସହ ଦେଶର ସେ ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ହୋଇଛନ୍ତି । ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ତୃତୀୟ ରାଉଣ୍ଡ ମତଗଣନାରେ ହିଁ ମ୍ୟାଜିକ ନମ୍ୱର ହାସଲ କରିଛନ୍ତି । ବିଜୟୀ ହେବା ପାଇଁ ୫,୪୩,୨୧୬ ଭୋଟର ଆବଶ୍ୟକ ଥିବା ବେଳେ ଦ୍ରୌପଦୀଙ୍କୁ ତୃତୀୟ ରାଉଣ୍ଡରେ ହିଁ ୫,୭୭,୭୭୭ ମୂଲ୍ୟର ଭୋଟ ମିଳିଛି।

Show More

Related Articles

Back to top button