Breaking PLUSଓଡ଼ିଶାମୁଖ୍ୟ ଖବର
ଆଜି ଆଉ ୧୨ଜଣଙ୍କର ମୁଣ୍ଡ ନେଲା କୋରୋନା
ଗତ ୨୪ ଘଣ୍ଟା ମଧ୍ୟରେ ମହାମାରୀ କୋରୋନା ୧୨ ଜଣଙ୍କର ମୁଣ୍ତ ନେଇଛି। ଏହା ଫଳରେ ରାଜ୍ୟରେ କୋରୋନାଜନିତ ମୃତ୍ୟୁ ସଂଖ୍ୟା ୪୮୨ରେ ପହଞ୍ଚିଛି।

ଭୁବନେଶ୍ୱର : ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ କୋରୋନା ରୋଗରେ ଅନେକ ଲୋକଙ୍କ ମୃତ୍ୟୁ ଘଟୁଛି। ଗତ ୨୪ ଘଣ୍ଟା ମଧ୍ୟରେ ମହାମାରୀ କୋରୋନା ୧୨ ଜଣଙ୍କର ମୁଣ୍ତ ନେଇଛି। ଏହା ଫଳରେ ରାଜ୍ୟରେ କୋରୋନାଜନିତ ମୃତ୍ୟୁ ସଂଖ୍ୟା ୪୮୨ରେ ପହଞ୍ଚିଛି। ଏହି ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେହିପରି ଭୁବନେଶ୍ବର, କଟକ, ଯାଜପୁର, ନବରଙ୍ଗପୁର, ମାଲକାନଗିରି, ରାୟଗଡ଼ା, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ବି ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।