ଓଡ଼ିଶା

କୋଭିଡ୍ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି, ବଢ଼ିଲା ଶଯ୍ୟା ସଂଖ୍ୟା

ଭୁବନେଶ୍ୱର: ରାଜ୍ୟର ପ୍ରତି ପଞ୍ଚାୟତରେ ଗ୍ରାମ କଲ୍ୟାଣ ସମିତି ସ୍ତରରେ ୪୭,୬୧୩ ଟି କୋଭିଡ୍‌ କେୟାର କମିଟି ଗଠନ କରାଯାଇଥିବା ବେଳେ ଏହାର ସଦସ୍ୟମାନଙ୍କ ତାଲିମ ମଧ୍ୟ ଶେଷ ହୋଇଛି I ସେହିପରି ପଞ୍ଚାୟତ ଗୁଡ଼ିକରେ ୪୯,୨୧୮ ଶଯ୍ୟା ବିଶିଷ୍ଟ ୫,୪୮୦ କୋଭିଡ୍‌ ଗୃହ ସ୍ଥାପନ କରାଯାଇଛି I ଏହା ସହିତ ୩୭,୯୯୮ ଶଯ୍ୟା ବିଶିଷ୍ଟ ୧,୧୦୫ ଟି TMC Cluster ମଧ୍ୟ କାର୍ଯ୍ୟ କରୁଛି I

୧୧୪ ଟି ପୌରାଞ୍ଚଳରେ ୨୦୩୫ଟି କୋଭିଡ୍‌ କେୟାର କମିଟି ଗଠନ କରାଯାଇଥିବା ବେଳେ ୫,୯୫୬ ଶଯ୍ୟା ବିଶିଷ୍ଟ କୋଭିଡ୍‌ ଗୃହ ମଧ୍ୟ ସ୍ଥାପନ କରାଯାଇଛି I ଏହା ସହିତ ୫୮,୯୮୮ ଶଯ୍ୟା ବିଶିଷ୍ଟ ୮୧୮ଟି TMC କେନ୍ଦ୍ର ସ୍ଥାପନ କରାଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା I

ରାଜ୍ୟରେ କୋଭିଡ୍‌ ପରୀକ୍ଷଣ ୩ ଲକ୍ଷରେ ପହଞ୍ଚିଥିବା ବେଳେ କେବଳ RMRC ଦ୍ୱାରା ଏକ ଲକ୍ଷ ଟେଷ୍ଟ କରାଯାଇଛି I ମାର୍ଚ୍ଚ ମାସରେ ରାଜ୍ୟରେ କେବଳ RMRCରେ ପରୀଷା କରାଯାଉଥିବା ବେଳେ ବର୍ତ୍ତମାନ ୧୯ଟି ଲାବୋରେଟୋରୀରେ ପରୀକ୍ଷା କରାଯାଉଛି I ଆଗାମୀ ଦିନରେ ପୁରୀ, ଅନୁଗୁଳ, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି ଓ କେନ୍ଦୁଝରଠାରେ ମଧ୍ୟ ପରୀକ୍ଷାର ବ୍ୟବସ୍ଥା କରାଯିବ ବୋଲି ବୈଠକରେ ସୂଚନା ଦିଆଯଇଥିଲା I ପୁରୀ, ଭୁବନେଶ୍ୱର ଓ ଗଞ୍ଜାମରେ Serological Test ଚାଲିଛି ଏବଂ ଗଞ୍ଜାମକୁ ଆଣ୍ଟିଜେନ ଟେଷ୍ଟ ପାଇଁ ଅଧିକ କିଟ୍‌ ପଠାଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା I

ବର୍ତ୍ତମାନ ରାଜ୍ୟର ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ୨୬ ହଜାର ଶଯ୍ୟା ଥିବା ବେଳେ ବର୍ତ୍ତମାନ ୩୫୦୦ ରୋଗୀ ଚିକିତ୍ସିତ ହେଉଛନ୍ତି I ଭାରତ ସରକାରଙ୍କ ନୂଆ ଗାଇଡ୍‌ଲାଇନ୍‌ ଅନୁଯାୟୀ ଅଳ୍ପ ଓ ମଧ୍ୟମ ଲକ୍ଷଣଯୁକ୍ତ ରୋଗୀମାନଙ୍କୁ କୋଭିଡ୍‌ ଗୃହରେ ରଖି ଚିକିତ୍ସା ସେବା ଯୋଗାଇ ଦେବା ଏବଂ କେବଳ ଗୁରୁତର ରୋଗୀମାନଙ୍କୁ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରିବା ସମ୍ପର୍କରେ ଅଧିକ ବିଚାର ଆଲୋଚନା କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଥିଲା I ରାଜ୍ୟର ସମସ୍ତ ଚିକିତ୍ସାଳୟରେ ଆଣ୍ଟିଜେନ୍‌ ଟେଷ୍ଟ ପରେ ହିଁ ଜରୁରୀ ଶଲ୍ୟ ଚିକିତ୍ସା କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା I

ମୋ ସରକାରରେ ସାମିଲ ହେବ କୋଭିଡ୍‌ ପରିଚାଳନା

Show More

Related Articles

Back to top button