ଓଡ଼ିଶାସ୍ୱତନ୍ତ୍ର

ଦେଶରେ ମତ୍ସ୍ୟ ଉତ୍ପାଦନରେ ଚତୁର୍ଥ ସ୍ଥାନ ହାସଲ କରିଛି ଓଡିଶା

ଦେଶରେ ମତ୍ସ୍ୟ ଉତ୍ପାଦନରେ ଚତୁର୍ଥ ସ୍ଥାନ ହାସଲ କରିଛି ଓଡିଶା । ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ଦ୍ବାରା ମତ୍ସ୍ୟଚାଷ ଅନୁକୂଳ ନୀତି ପ୍ରଣୟନ, ଅତ୍ୟାଧୁନିକ ଜ୍ଞାନକୌଶଳର ବ୍ୟବହାର, ଉନ୍ନତ ପ୍ରଜାତିର ମାଛଚାଷ ଓ ମତ୍ସ୍ୟଖାଦ୍ୟ ପ୍ରୟୋଗ ଫଳରେ ମାଛଚାଷରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି ।

ଆସୋଚାମ୍ ଦ୍ବାରା ଆୟୋଜିତ ‘ଭାରତରେ ମାଛଚାଷ ଏବଂ ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣର ସୁଦୃଢ଼ୀକରଣ’ ଶୀର୍ଷକ ଏକ ୱେବିନାର୍‌ରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମନ୍ତ୍ରୀ ଶ୍ରୀ ସ୍ବାଇଁ କହିଲେ ଯେ ୨୦୦୦ରେ ରାଜ୍ୟରେ ୧ ,୦୪୬ କୋଟି ଟଙ୍କା ମୂଲ୍ୟର ମାଛ ଉତ୍ପାଦନ ହୋଇଥିବାବେଳେ ୨୦୨୦ – ୨୧ ବର୍ଷରେ ଏହା ପ୍ରାୟ ଦଶଗୁଣା ବୃଦ୍ଧି ପାଇ ୧୦,୮୧୫ କୋଟି ଟଙ୍କାରେ ପହଞ୍ଚିଛି। ରାଜ୍ୟର ମୋଟ ମୂଲ୍ୟ ଯୋଗଦାନରେ ମତ୍ସ୍ୟ କ୍ଷେତ୍ରର ଅବଦାନ ୨.୪ ପ୍ରତିଶତ ହୋଇପାରିଛି। କ୍ଷାରପାଣି ଚିଙ୍ଗୁଡ଼ି ଚାଷରେ ମଧ୍ୟ ମତ୍ସ୍ୟ ଉତ୍ପାଦିକା ପ୍ରାୟ ୬ ଗୁଣ ବୃଦ୍ଧି ପାଇଛି ବୋଲି ସେ ପ୍ରକାଶ କରିଛନ୍ତି

। ରାଜ୍ୟର ୪୮୦ କିମି ଦୀର୍ଘ ସାମୁଦ୍ରିକ ଉପକୂଳର ଉପଯୁକ୍ତ ବିନିଯୋଗ ଯୋଗୁଁ ବିଗତ ୨୦ ବର୍ଷରେ ରାଜ୍ୟର ସାମୁଦ୍ରିକ ଖାଦ୍ୟ ରପ୍ତାନି ୨୦୦୦ – ୦୧ରେ ୩୭୯ କୋଟି ଟଙ୍କାରୁ ବାରଗୁଣ ବୃଦ୍ଧି ପାଇ ୨୦୨୧ – ୨୨ରେ ୪,୫୨୬ କୋଟି ଟଙ୍କାରେ ପହଞ୍ଚିଛି। ରାଜ୍ୟର ମୋଟ ରପ୍ତାନି ଆୟର ୫.୯୦ ପ୍ରତିଶତ ସାମୁଦ୍ରିକ ଖାଦ୍ୟ ରପ୍ତାନୀରୁ ଆସିଥାଏ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ।

Show More

Related Articles

Back to top button