Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୬ ଜଣଙ୍କର ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା କମୁଥିବାବେଳେ ମୃତ୍ୟୁ ସଂଖ୍ୟା ପ୍ରତିଦିନ ବଢିବାରେ ଲାଗିଛି । ରାଜ୍ୟରେ ଆଜି ୧୯୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି ।

ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା କମୁଥିବାବେଳେ ମୃତ୍ୟୁ ସଂଖ୍ୟା ପ୍ରତିଦିନ ବଢିବାରେ ଲାଗିଛି । ରାଜ୍ୟରେ ଆଜି ୧୯୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ମୟୂରଭଞ୍ଜରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । କଳାହାଣ୍ଡିରୁ ୩,ଭୁବନେଶ୍ୱର ଓ ନୂଆପଡାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଝାରସୁଗୁଡା, ଭଦ୍ରକ, କଟକ, କେନ୍ଦ୍ରାପଡା, ଖୋର୍ଦ୍ଧାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Show More

Related Articles

Back to top button