
ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୮ ଲକ୍ଷ ୯୦ ହଜାର ୭୭୮ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୪୮୪ ଜଣ ରହିଛନ୍ତି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି ।
ଗତ ୨୪ ଘଣ୍ଟା ମଧ୍ୟରେ ୨୮୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୧୮୯୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୫୨ଜଣ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୧୨୧୮ ଜଣ ଲୋକାଲ୍ କେସ୍ ରହିଛନ୍ତି । ୩୦୨୨୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮ ଲକ୍ଷ ୯୦ ହଜାର ୭୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୪୦୫୦୭୭୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।