Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର- ପଶ୍ଚିମା ଝଡ଼ ପ୍ରଭାବରେ ସପ୍ତାେହ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡ଼ା ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ଉପରୋକ୍ତ ଜିଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।