ଓଡ଼ିଶାପାଣିପାଗ

ଆଉ ୩ଦିନ ବର୍ଷା

ଆଉ ୨ଟି ଲଘୁଚାପ ପ୍ରଭାବରେ ଭିଜିବ ସାରା ରାଜ୍ୟ । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡିଶାର ସମସ୍ତ ଜିଲ୍ଲାରେ ଲଗାଣ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସମେତ ଉତ୍ତର ଆଣ୍ଡାମାନ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ମଧ୍ୟ ସୃଷ୍ଟି ହୋଇଛି । ଯାହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି ।

ଏହି ୨ଟି ଲଘୁଚାପ ପ୍ରଭାବରେ ଆଜିଠୁ ୨୦ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଏବଂ ନୟାଗଡରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବ । ପ୍ରବଳ ବର୍ଷା ଏବଂ ପବନ ପାଇଁ ୧୯ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ଯିବାକୁ ମତ୍ସଜୀବୀଙ୍କୁ ବାରଣ କରାଯାଇଛି ।

Show More

Related Articles

Back to top button