Breaking PLUSଓଡ଼ିଶାମୁଖ୍ୟ ଖବର

ପୁଣି ରେକର୍ଡ; ସୁସ୍ଥ ହେଲେ ୩,୩୪୩ କରୋନା ଆକ୍ରାନ୍ତ

ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ କୋରୋନା ରୋଗୀ ସୁସ୍ଥ ହୋଇଛନ୍ତି । ରାଜ୍ୟର ୩୦ଟି ଜିଲ୍ଲାରୁ ୩୩୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଭୁବନେଶ୍ୱର: ମହାମାରୀ କୋରୋନା ମଧ୍ୟରେ ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ କୋରୋନା ରୋଗୀ ସୁସ୍ଥ ହୋଇଛନ୍ତି । ରାଜ୍ୟର ୩୦ଟି ଜିଲ୍ଲାରୁ ୩୩୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ ୭୩୨ ଜଣ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ୨୬୧ ଜଣ, ଭଦ୍ରକରୁ ୨୪୫ ଜଣ, ଗଂଜାମରୁ ୨୩୮ ଜଣ, ରାୟଗଡ଼ାରୁ ୨୧୭ ଜଣ, କଟକରୁ ୧୮୧ ଜଣ, ବାଲେଶ୍ୱରରୁ ୧୫୫ ଜଣ, ସମ୍ବଲପୁରରୁ ୧୨୭ ଜଣ, କୋରାପୁଟରୁ ୧୧୯ ଜଣ, ମୟୂରଭଂଜରୁ ୧୧୨ ଜଣ ଓ ସୋନପୁରରୁ ୧୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ବୌଦ୍ଧ ଜିଲ୍ଲାରୁ ୮୪ ଜଣ, ବରଗଡ଼ରୁ ୭୮ ଜଣ, କନ୍ଧମାଳରୁ ୬୮ ଜଣ, ବଲାଙ୍ଗୀରରୁ ୬୫ ଜଣ, ନୟାଗଡ଼ରୁ ୬୦ ଜଣ, କଳାହାଣ୍ଡିରୁ ୫୬ ଜଣ, ମାଲକାନଗିରିରୁ ୫୪ ଜଣ, ଢେଙ୍କାନାଳ ୪୯ ଜଣ, ନବରଙ୍ଗପୁରରୁ ୩୬, କେନ୍ଦୁଝରରୁ ୩୪ ଜଣ, ଯାଜପୁରରୁ ୩୨ ଜଣ, ଗଜପତିରୁ ୨୭ ଜଣ, ଅନୁଗୁଳରୁ ୨୨ ଜଣ, ଝାରସୁଗୁଡ଼ାରୁ ୨୦ ଜଣ, କେନ୍ଦ୍ରାପଡ଼ାରୁ ୧୯ ଜଣ, ଜଗତସିଂହପୁରରୁ ୧୬ ଜଣ, ନୂଆପଡ଼ାରୁ ୧୧ ଜଣ ଓ ଦେବଗଡ଼ରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୬୨ ହଜାର ୮୧୩ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।

Show More

Related Articles

Back to top button