Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ସର୍ବାଧିକ ୧୮ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ ନୂଆ କରୋନା ରୋଗୀଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି ଆଜି ରାଜ୍ୟରେ ପୁଣି କରୋନାରେ ୧୮ ଜଣଙ୍କ ଜୀବନ ଯାଇଛି ।

ରାଜ୍ୟରେ ଦିନକୁ ଦିନ ନୂଆ କରୋନା ରୋଗୀଙ୍କ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି ଆଜି ରାଜ୍ୟରେ ପୁଣି କରୋନାରେ ୧୮ ଜଣଙ୍କ ଜୀବନ ଯାଇଛି । ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୫୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ପ୍ରାଣ ହରାଇଥିବା ମୃତକଙ୍କ ମଧ୍ୟରୁ ବାଲେଶ୍ୱର ଜିଲାରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଥିବା ବେଳେ ନୟାଗଡ଼, ସୁନ୍ଦରଗଡ଼ ଓ ପୁରୀ ଜିଲାରୁ ୨ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ ହୋଇଛି । ସେହିପରି ବୌଦ୍ଧ, ଦେବଗଡ଼, ଯାଜପୁର, କନ୍ଧମାଳା, ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ, ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Show More

Related Articles

Back to top button