Breaking PLUSଓଡ଼ିଶାମୁଖ୍ୟ ଖବର

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬୧୫ ଜଣ ନୂତନ କରୋନା ପଜିଟିଭ୍ ରୋଗୀ ଚିହ୍ନଟ

ରାଜ୍ୟରେ ପୁଣି ଥରେ ବଢିଲାଣି ମହାମାରୀ କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬୧୫ ଜଣ ନୂତନ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ପୁଣି ଥରେ ବଢିଲାଣି ମହାମାରୀ କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬୧୫ ଜଣ ନୂତନ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୧୮ ଜଣ ରୋଗୀ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୪୯୭ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଭାବେ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୨୨,୭୩୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୨୭୩୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୧୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୫୭୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୦୦୬୪୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button