Breaking PLUSଓଡ଼ିଶାମୁଖ୍ୟ ଖବର

ଦୀର୍ଘଦିନ ପରେ ରାଜ୍ୟରେ ଆଜି ଏକ ହଜାର ତଳକୁ ଖସିଲା କରୋନା ସଂକ୍ରମଣ

ରାଜ୍ୟରେ ପ୍ରତି ଦିନ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୯ ଟି ଜିଲ୍ଲାରୁ ୯୮୭ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ପ୍ରତି ଦିନ କମୁଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୯ ଟି ଜିଲ୍ଲାରୁ ୯୮୭ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ରୋଗୀଙ୍କ ମଧ୍ୟରୁ ୫୭୨ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୪୧୫ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୦୩ ହଜାର ୭୮୦ କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Show More

Related Articles

Back to top button