ଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଶେଷ ୨୪ଘଣ୍ଟାରେ ମହାମାରୀ ନେଲା ୬୪ ଜଣଙ୍କ ଜୀବନ

ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୦୫୮ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୨ଜଣ ରହିଛନ୍ତି ।

ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଜପତି, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୯୪୫୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୨୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୭୭୧୯୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୦୨୬୩୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button