ଓଡ଼ିଶା

ରାଜ୍ୟରେ ଶେଷ ୨୪ଘଣ୍ଟାରେ ୬୫୦ କୋଭିଡ୍ ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି

ଗତ ୨୪ ଘଣ୍ଟା ମଧ୍ୟରେ ୩୬୫୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୯୦୫୯୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୯୮ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୫୫୨ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୨ଜଣ, ବାଲେଶ୍ୱର ଜିଲ୍ଲାରୁ ୨୭୮ଜଣ, ବରଗଡ଼ ଜିଲ୍ଲାରୁ ୪୫ଜଣ, ଭଦ୍ରକ ଜିଲ୍ଲାରୁ ୧୭୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୬ଜଣ, ବୌଦ୍ଧ ଜିଲ୍ଲାରୁ ୪୧ଜଣ, କଟକ ଜିଲ୍ଲାରୁ ୪୮୫ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧୦ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୧୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩୮ଜଣ, ଯାଜପୁର ଜିଲ୍ଲାରୁ ୩୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୨୩ଜଣ, କନ୍ଧମାଳ ଜିଲ୍ଲାରୁ ୨୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୬ଜଣ, କେନ୍ଦୁଝର ଜିଲ୍ଲାରୁ ୬୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୦୪ଜଣ, କୋରାପୁଟ ଜିଲ୍ଲାରୁ ୧୦୪ଜଣ, ମାଲକାନଗିରି ଜିଲ୍ଲାରୁ ୬୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୬୯ଜଣ, ନୟାଗଡ଼ ଜିଲ୍ଲାରୁ ୧୨୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ଜଣ,

ପୁରୀ ଜିଲ୍ଲାରୁ ୧୮୭ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୬ଜଣ, ସମ୍ବଲପୁର ଜିଲ୍ଲାରୁ ୩୫ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୬ଜଣ, ଷ୍ଟେଟ ପୁଲ୍‌ରୁ ୮୯ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୯୦୫୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୭୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୫୩୦୧୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୩୫୩୧୩୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button