Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦, ୩୨୧ କରୋନା ସଂକ୍ରମିତ ଚିହ୍ନଟ

ଓଡ଼ିଶାରେ ଆଜି ବି ୧୦ ହଜାର ଉପରେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ରାଜ୍ୟରେ ୧୦,୭୫୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୧୦, ୩୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଓଡ଼ିଶାରେ ଆଜି ବି ୧୦ ହଜାର ଉପରେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ରାଜ୍ୟରେ ୧୦,୭୫୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୧୦, ୩୨୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧,୫୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ପରେ ସୁନ୍ଦରଗଡ଼ରୁ ୮୧୯ ଓ କଟକରୁ ୭୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନାରେ ଆକ୍ରାନ୍ତ ହୋଇ ୨୨ ଜଣଙ୍କ ଜୀବନ ଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୩୫୭କୁ ବୃଦ୍ଧି ପାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୫,୭୭୯ ଓ ଲୋକାଲ୍‌ କଣ୍ଟାକ୍ଟସ୍ ୪,୫୪୨ ରହିଛି।‌ ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬,୩୩,୩୦୨ରେ ପହଞ୍ଚିଛି। ସେହିପରି ଆକ୍ଟିଭ୍‌ କେସ୍‌-୧,୦୪,୫୩୯ ଥିବାବେଳେ ୫,୨୬,୩୫୩ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Show More

Related Articles

Back to top button