Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୧୧ ଜଣ କରୋନା ସଂକ୍ରମିତଙ୍କ ମୁଣ୍ଡ ଗଡାଇଲା ମହାମାରୀ କରୋନା

ରାଜ୍ୟରେ ଦିନକୁ ଦିନ ଭୟଙ୍କର ହେଉଛି ମହାମାରୀ କରୋନା ସ୍ଥିତି । କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ସର୍ବାଧିକ ୩୯୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୧ ଜଣ କରୋନା ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା

ଭୁବନେଶ୍ୱର- ରାଜ୍ୟରେ ଦିନକୁ ଦିନ ଭୟଙ୍କର ହେଉଛି ମହାମାରୀ କରୋନା ସ୍ଥିତି । କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ସର୍ବାଧିକ ୩୯୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୧ ଜଣ କରୋନା ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ପ୍ରାଣ ହରାଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କଟକ, ପୁରୀ ଓ ଭୁବନେଶ୍ୱରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ, କୋରାପୁଟ,ଭଦ୍ରକ, ରାୟଗଡା, ନୟାଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Show More

Related Articles

Back to top button