Breaking PLUSଓଡ଼ିଶାମୁଖ୍ୟ ଖବର

ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ 183 ଜଣ କରୋନା ପଜେଟିଭ ରୋଗୀ ଚିହ୍ନଟ

ରାଜ୍ୟରେ ହ୍ରାସ ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୭ ଜଣ ସ୍ଥାନୀୟ ସଂକ୍ରମିତ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୪୯୨ରେ ପହଞ୍ଚିଛି

ରାଜ୍ୟରେ ହ୍ରାସ ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୭ ଜଣ ସ୍ଥାନୀୟ ସଂକ୍ରମିତ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୦୪୯୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ସୂଚନାନୁଯାୟୀ, ଆଜି ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ ଅନୁଗୁଳରୁ ୨୪, ବାଲେଶ୍ଵରରୁ ୨, ବରଗଡ଼ରୁ ୯, ଭଦ୍ରକରୁ ୨, ବଲାଙ୍ଗିରରୁ ୬, ବୌଦ୍ଧରୁ ୧, କଟକରୁ ୬, ଦେଓଗଡ଼ରୁ ୧, ଢେଙ୍କାନାଳରୁ ୧, ଗଜପତିରୁ ୨, ଗଞ୍ଜାମରୁ ୫, ଜଗତସିଂହପୁରରୁ ୫, ଯାଜପୁରରୁ ୧୧, ଝାରସୁଗୁଡାରୁ ୮, କଳାହାଣ୍ଡିରୁ ୩, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୧୦, କେଉଁଝରରୁ ୧, ଖୋର୍ଦ୍ଧାରୁ ୧୪, ମାଲକାନାଗିରିରୁ ୧, ମୟୁରଭଞ୍ଜରୁ ୫, ନୂଆପଡାରୁ ୧୦, ପୁରୀରୁ ୬, ସମ୍ବଲପୁରରୁ ୧୦, ସୋନପୁରରୁ ୨, ସୁନ୍ଦରଗଡରୁ ୩୨, ଷ୍ଟେଟପୁଲରୁ ୫ ଜଣ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୦୪୯୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୩୪୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୨୬୨୦୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୦୨୮୮୭୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button