Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୩୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୩୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ବାକି ୭୭୧ଟି ଲୋକାଲ କେସ ରହିଛି। ୧୮୩୩ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୭ ହଜାର ୫୪୮ରେ ପହଞ୍ଚିଛି।

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୩୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ବାକି ୭୭୧ଟି ଲୋକାଲ କେସ ରହିଛି। ୧୮୩୩ଟି ନୂଆ କେସ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୭ ହଜାର ୫୪୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୪୩ ହଜାର ୬୯ ଜଣ ସୁସ୍ଥ ହୋଇସାରିଛନ୍ତି। ୧୮ ହଜାର ୯୧୪ ଜଣ ଚିକିତ୍ସାଧୀନ ରହିଛନ୍ତି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୯୦ ଜଣ ଥିବା ବେଳେ କଟକରୁ ୨୪୩, ପୁରୀରୁ ୧୩୯, ବାଲେଶ୍ୱରରୁ ୧୨୯ ଓ ଯାଜପୁରରୁ ୧୧୦ ଜଣ ଅଛନ୍ତି। ସେହିପରି ଅନୁଗୋଳ ଜିଲ୍ଲାରୁ ୭୭ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୦, ଭଦ୍ରକରୁ ୮୯, ବଲାଙ୍ଗିରରୁ ୨, ଦେବଗଡ଼ରୁ ୬, ଢେଙ୍କାନାଳରୁ ୧୩, ଗଜପତିରୁ ୧୬, ଗଞ୍ଜାମରୁ ୯, ଜଗତସିଂହପୁରରୁ ୬୧, ଝାରସୁଗୁଡ଼ାରୁ ୮, କଳାହାଣ୍ଡିରୁ ୬, କନ୍ଧମାଳରୁ ୮, କେନ୍ଦ୍ରାପଡ଼ାରୁ ୮୭, କେନ୍ଦୁଝରରୁ ୨୪, କୋରାପୁଟରୁ ୯, ମାଲକାନଗିରିରୁ ୧୯, ମୟୂରଭଞ୍ଜରୁ ୫୯, ନବରଙ୍ଗପୁରରୁ ୬, ନୟାଗଡ଼ରୁ ୨୮, ରାୟଗଡ଼ାରୁ ୧୧, ସମ୍ବଲପୁରରୁ ୨୩, ସୋନପୁରରୁ ୧୦ ଓ ସୁନ୍ଦରଗଡ଼ ଜିଲାରୁ ୪୭ ଜଣ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ରବିବାର ସୂଚନା ଦିଆଯାଇଛି।

Show More

Related Articles

Back to top button