Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧ ଜଣଙ୍କ ମୁଣ୍ଡ ଗଡାଇଲା ମହାମାରୀ କରୋନା

ଓଡ଼ିଶାରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୨୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୧୪ଟି ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୩ ଜଣ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ ଜିଲ୍ଲାରୁ ଦୁଇ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ଯାଇଛି ।

ସମ୍ୱଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ବି ଚିକିତ୍ସାଧୀନ ଅବସ୍ଥାରେ ଆଉ ଦୁଇ ଜଣେ ଲେଖାଏ ଆକ୍ରାନ୍ତ ଆଖି ବୁଜିଛନ୍ତି । ସେହିପରି ବରଗଡ଼, ବଲାଙ୍ଗିର, କଟକ, କନ୍ଧମାଳ, କେନ୍ଦୁଝର, ନୟାଗଡ଼, ନୂଆପଡ଼ା, ପୁରୀ ଜିଲ୍ଲାରୁ କରୋନା ନେଇଛି ଆଉ ଜଣେ ଲେଖାଏ ଆକ୍ରାନ୍ତଙ୍କ ଜୀବନ । ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୨୩ଶହ ୭୮କୁ ବୃଦ୍ଧି ପାଇଛି ।

Show More

Related Articles

Back to top button