Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗତ 24 ଘଣ୍ଟା ମଧ୍ୟରେ 225 ଜଣ ନୂଆ କରୋନା ସଂକ୍ରମିତ ରୋଗୀ ଚିହ୍ନଟ

ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛି । ଏହାରି ମଧ୍ୟରେ ମଙ୍ଗଳବାର ୨୨୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଂଟାଇନ୍‌ରୁ ୧୩୧ ଓ ସ୍ଥାନୀୟ ଅଂଚଳରୁ ୯୪ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୩୨ହଜାର ୩୩୧କୁ ବୃଦ୍ଧି ପାଇଛି

ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛି । ଏହାରି ମଧ୍ୟରେ ମଙ୍ଗଳବାର ୨୨୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଂଟାଇନ୍‌ରୁ ୧୩୧ ଓ ସ୍ଥାନୀୟ ଅଂଚଳରୁ ୯୪ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୩୨ହଜାର ୩୩୧କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୧୫ଜଣ ଥିବାବେଳେ ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୧୬ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୧୬ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୧୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୮ଜଣ ଏବଂ ରାଜ୍ୟ‌ ପୁଲ୍‌ରୁ ୩ଜଣ ରହିଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୩୩୨୩୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୨୧୧୩ ଜଣ ସକ୍ରିୟ ମାମଲା ରହିଥିବା ବେଳେ ୩୨୮୨୭୧ଜଣ ସୁସ୍ଥ ହୋଇଛନ୍ତି ।

Show More

Related Articles

Back to top button