Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ୨୩୧ ଜଣ କରୋନା ପଜିଟିଭ ରୋଗୀ ଚିହ୍ନଟ

ରାଜ୍ୟରେ ବୁଧବାର ପୁଣି ୨୩୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୯୨୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟରେ ବୁଧବାର ପୁଣି ୨୩୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୯୨୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୨୩୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୩ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୯୮ ଲୋକାଲ କେସ୍‌ ରହିଛି।

ତେବେ ଖୁସିର କଥା ହେଲା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କେହି ହେଲେ ବି କରୋନା ସଂକ୍ରମିତ ପ୍ରାଣ ହରାଇ ନାହାନ୍ତି। ଫଳରେ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୮୭ରେ ସ୍ଥିର ରହିଛି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲାରୁ ୨୧ଜଣ ରହିଥିବା ବେଳେ ବାଲେଶ୍ୱରରୁ ୮, ବରଗଡ଼ରୁ ୨୫, ଭଦ୍ରକରୁ ୫, ବଲାଙ୍ଗୀରରୁ ୧୧, ବୌଦ୍ଧରୁ ୧, କଟକରୁ ୧୧, ଦେବଗଡରୁ ୨, ଢେଙ୍କାନାଳରୁ ୨, ଗଜପତରୁ ୩, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨, ଯାଜପୁରରୁ ୧୨, ଝାରସୁଗୁଡ଼ାରୁ ୧୫, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୯, ଖୋର୍ଦ୍ଧାରୁ ୧୧, କୋରାପୁଟରୁ ୩, ମୟୁରଭଞ୍ଜରୁ ୮, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୨, ନୂଆପଡ଼ାରୁ ୧, ପୁରୀ ରୁ ୧୦, ସମ୍ବଲପୁରରୁ ୧୪, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୩୨, ଷ୍ଟେଟ ପୁଲରୁ ୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୩୩୯୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୦୩ଟି ଆକ୍ଟିଭ କେସ ରହିଥିବା ବେଳେ ୩୨୬୭୭୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Show More

Related Articles

Back to top button