Breaking PLUSଓଡ଼ିଶାମୁଖ୍ୟ ଖବର

କରୋନାରେ ଲାଗୁଛି ବ୍ରେକ୍, ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୪୭୦ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ କମୁଛି କରୋନାର କୋପ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୪୭୦ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୪୬୨ ଜଣ କରୋନା ଆକ୍ରାନ୍ଚ ଚିହ୍ନଟ ହୋଇଥିବା ବେଳେ ୧୦୦୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୬୨,୦୧୧ରେ ପହଞ୍ଚିଛି

ରାଜ୍ୟରେ ଦିନକୁ ଦିନ କମୁଛି କରୋନାର କୋପ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୪୭୦ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୪୬୨ ଜଣ କରୋନା ଆକ୍ରାନ୍ଚ ଚିହ୍ନଟ ହୋଇଥିବା ବେଳେ ୧୦୦୮ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୬୨,୦୧୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ସବୁଦିନ ଭଳି ଆଜି ମଧ୍ୟ ରାଜ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୮ ଜଣ କରୋନା ପଜିଟିଭ ରୋଗୀ ଚିହ୍ନଟ ହୋଇଛନ୍ତି । ଆଜି ୬ଟି ଜିଲ୍ଲାରେ ଶହେ ଉପରେ ରହିଛି ସଂକ୍ରମିତଙ୍କ ସଂଖ୍ୟା । ଅନୁଗୁଳରୁ ୧୭୦, ସୁନ୍ଦରଗଡରୁ ୧୬୧, ମୟୂରଭଂଜରୁ ୧୩୪, ବାଲେଶ୍ୱର ୧୦୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୬୨୦୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୧୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୩୫୭୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Show More

Related Articles

Back to top button