Breaking PLUSଓଡ଼ିଶାମୁଖ୍ୟ ଖବର

ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୫ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ସଂକ୍ରମଣ ସହ ଓଡ଼ିଶାରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୨୫ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ୧୪ ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି ପ୍ରାଣଘାତୀ କରୋନା ।

ଅନୁଗୋଳ ଜିଲ୍ଲାରୁ ଆଉ ୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । ଗଞ୍ଜାମ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।

ବାଲେଶ୍ୱର, ବରଗଡ଼, ବଲାଙ୍ଗିର, ବୌଦ୍ଧ, କଟକ, ଢେଙ୍କାନାଳ, କେନ୍ଦୁଝର ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୨ହଜାର ୪୦୩କୁ ବୃଦ୍ଧି ପାଇଛି ।

Show More

Related Articles

Back to top button