Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗତ 24 ଘଣ୍ଟା ମଧ୍ୟରେ 263 ଜଣ କରୋନା ରୋଗୀ ଚିହ୍ନଟ

ରାଜ୍ୟର ୨୬ଟି ଜିଲ୍ଲା ଓ ଷ୍ଟେଟ୍ ପୁଲରୁ ଆଜି ୨୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ କ୍ୱାରେଣ୍ଟାଇନରୁ ୧୫୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨ ଜଣ ଆକ୍ରାନ୍ତ ଅଛନ୍ତି। ଅନ୍ୟପଟେ ଆଜି ଆଉ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ରିପୋର୍ଟ ଦେଇଛି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବରଗଡ଼ରୁ ୨୩ ଜଣ, ବଲାଙ୍ଗିରରୁ ୨୨ ଜଣ, ଅନୁଗୁଳ ଓ ସମ୍ବଲପୁରରୁ ୨୦ ଜଣ ଲେଖାଏଁ, ବାଲେଶ୍ୱର ଓ ଖୋର୍ଦ୍ଧାରୁ ୧୯ ଜଣ ଲେଖାଏଁ, ଝାରସୁଗୁଡ଼ାରୁ ୧୫ ଜଣ ଆକ୍ରାନ୍ତ ଅଛନ୍ତି। ସେହିପରି ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକରୁ ଏକାଧିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଆଜିର ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୩,୨୯,୦୦୧କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩,୨୪,୩୯୨ ଜଣ ସୁସ୍ଥ ହୋଇଥିବା ବେଳେ ୨,୬୮୮ ଜଣ ସକ୍ରିୟ ରୋଗୀ ଅଛନ୍ତି। ଅନ୍ୟପଟେ ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୧,୮୬୮କୁ ବୃଦ୍ଧି ପାଇଛି।

Show More

Related Articles

Back to top button