Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ କମୁଛି କରୋନା, ଗତ ୨୪ ଘଣ୍ଟା ମଧ୍ୟରେ ୩୦୬୭ ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ

ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣରେ କିଛିଟା ବ୍ରେକ୍ ଲାଗିଥିବା ଜଣାପଡୁଛି । କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଆଜି ରାଜ୍ୟରେ କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା କମିଛି ।

ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣରେ କିଛିଟା ବ୍ରେକ୍ ଲାଗିଥିବା ଜଣାପଡୁଛି । କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଆଜି ରାଜ୍ୟରେ କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା କମିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୦୬୭ ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୦୯ ଜଣ କ୍ବାରେଣ୍ଟାଇନ୍ ରୁ ଚିହ୍ନଟ ହୋଇଥିବାବେଳେ ୧୨୫୮ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଭାବରେ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୧୫,୬୭୬ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨,୧୫,୬୭୬ଜଣ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭,୨୧୦ ଜଣ ରୋଗୀ ବର୍ତ୍ତମାନ ରାଜ୍ୟର ବିଭିନ୍ନ କୋଭିଡ ହସପିଟାଲରେ ଚିତ୍କିସିତ ହେଉଥିବା ବେଳେ ୧,୭୭,୫୮୫ ଜଣ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୦୦୮୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button