Breaking PLUSଓଡ଼ିଶାମୁଖ୍ୟ ଖବର

କରୋନା ସ୍ଥିତି ଅଣାୟତ୍ତ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୧୪୪ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଇବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଲାଣି। ଲଗାତାର ଦୁଇ ଦିନ ହେବ ୩ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହେଉଛନ୍ତି। ଆଜି ୩୧୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଇବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଲାଣି। ଲଗାତାର ଦୁଇ ଦିନ ହେବ ୩ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହେଉଛନ୍ତି। ଆଜି ୩୧୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୮୨୩ଜଣ ଚିହ୍ନଟ ହୋଇଥିବାବେଳେ, ୧୩୨୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ମିଳିଛି।

ରିପୋର୍ଟ ଅନୁଯାୟୀ, ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୫୨୩ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ, ଖୋର୍ଦ୍ଧାରୁ ୪୯୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଭାବରେ ନୂଆପଡ଼ା ଜିଲ୍ଲାରୁ ଆଜି ୩୯୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ଘଣ୍ଟାରେ କରୋନାରୁ ସୁସ୍ଥ ହୋଇଥିବା ୯୫୨ ଜଣଙ୍କୁ ମିଶାଇ ସମୁଦାୟ ୩ଲକ୍ଷ ୪୩ହଜାର ୫୨୨ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭ୍ ସଂଖ୍ୟା ୩ଲକ୍ଷ ୬୪ହଜାର ୫୯୪ରେ ପହଞ୍ଚିଛି। ୧୯୦୭୭ଟି ସକ୍ରିୟ ମାମାଲା ରହିଛି।

Show More

Related Articles

Back to top button