Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୨ ଜଣ କରୋନା ପଜେଟିଭ ରୋଗୀ ଚିହ୍ନଟ

ରାଜ୍ୟରେ ପୁଣି ୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।

ରାଜ୍ୟରେ ପୁଣି ୩୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୪ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୨୪ ହଜାର ୦୮୯ରେ ପହଞ୍ଚିଛି। ସୋମବାର ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ସୁନ୍ଦରଗଡ ଜିଲାରୁ ସର୍ବାଧିକ ୫୧ଜଣ ଥିବା ଜଣାପଡିଛି। ସେହପରି ରାଜ୍ୟରେ ଗୁରୁବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୮୦୭କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି

Show More

Related Articles

Back to top button