Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ କରୋନା ସ୍ଥିତି ବେକାବୁ, ଗତ ୨୪ ଘଣ୍ଟା ମଧ୍ୟରେ ୩୭୭୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ ଅସମ୍ଭାଳ ହେଲାଣି ମହାମାରୀ କରୋନା ସ୍ଥିତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭୭୭ ଜଣ ନୂତନ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୯୧ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୫୮୬ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି

ରାଜ୍ୟରେ ଦିନକୁ ଦିନ ଅସମ୍ଭାଳ ହେଲାଣି ମହାମାରୀ କରୋନା ସ୍ଥିତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭୭୭ ଜଣ ନୂତନ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୯୧ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୫୮୬ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି । ଆଜିର ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୬୮୯୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୪୬୮୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୪୫୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୮୦୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୨୩୬୪୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button