Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯୩ ଜଣ ନୂଆ କରୋନା ରୋଗୀ ଚିହ୍ନଟ

ରାଜ୍ୟରେ ଆଜି ୩୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୨୮ ଜଣ ଚିହ୍ନଟ ହୋଇଥିବାବେଳେ ୧୬୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୩ହଜାର ୭୫୭କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୮ହଜାର ୬୮୩ ଜଣ।

ରାଜ୍ୟରେ ଆଜି ୩୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୨୮ ଜଣ ଚିହ୍ନଟ ହୋଇଥିବାବେଳେ ୧୬୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୩ହଜାର ୭୫୭କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୮ହଜାର ୬୮୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୨୧୪ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୮୦୨ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ମୋଟ୍‌ ୩୯୩ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ସର୍ବାଧିକ ୪୭ ଜଣ ଚିହ୍ନଟ ହୋଇଥିବାବେଳେ ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ବରଗଡ଼ ଜିଲ୍ଲାରୁ ୨୬ ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, ବୌଦ୍ଧରୁ ୧ଜଣ, କଟକରୁ ୨୪ଜଣ, ଦେଓଗଡରୁ ୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ଗଞ୍ଜାମ ଜିଲ୍ଲାରୁ ୧୪ଜଣ, ଜଗତସିହଂପୁର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୧୬ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୮ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳରୁ ୨ ଜଣ , କେନ୍ଦ୍ରାପଡା ଜିଲ୍ଲାରୁ ୭ ଜଣ, କେନ୍ଦୁଝର ଜିଲ୍ଲାରୁ ୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୯ ଜଣ, ମାଲକାନଗିରି ଜିଲ୍ଲାରୁ ୧ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୬ ଜଣ, ନୟାଗଡ଼ ଜିଲ୍ଲାରୁ ୫ ଜଣ, ନୂଆପଡ଼ା ଜିଲ୍ଲାରୁ ୧୩ ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୨୭ଜଣ, ସୁନ୍ଦରଗଡରୁ ୪୪ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Show More

Related Articles

Back to top button