Breaking PLUSଓଡ଼ିଶାମୁଖ୍ୟ ଖବର
Trending

ରାଜ୍ୟରେ କରୋନା ସ୍ଥିତି ସଙ୍ଗୀନ, ଗତ ୨୪ ଘଣ୍ଟା ମଧ୍ୟରେ ୩୯୯୧ ଜଣ କରୋନା ସଂକ୍ରମିତ ରୋଗୀ ଚିହ୍ନଟ

ରାଜ୍ୟରେ ଅସମ୍ଭାଳ ହୋଇପଡିଲାଣି ମହାମାରୀ କରୋନା ସ୍ଥିତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୩୯୯୧ ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ୱର- ରାଜ୍ୟରେ ଅସମ୍ଭାଳ ହୋଇପଡିଲାଣି ମହାମାରୀ କରୋନା ସ୍ଥିତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୩୯୯୧ ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୧୫ ଜଣ କ୍ବାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୬୭୬ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଭାବେ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୯୧୨୧ରେ ପହଞ୍ଚିଛି ।

ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୯୧୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୩୧୮୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୫୨୯୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୭୩୫୯୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button