Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗତ 24 ଘଣ୍ଟା ମଧ୍ୟରେ 407 ଜଣ ନୂଆ କରୋନା ରୋଗୀ ଚିହ୍ନଟ

ରାଜ୍ୟରେ ହ୍ରାସ ପାଇବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୧ ଜଣ ସ୍ଥାନୀୟ ସଂକ୍ରମିତ । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ଚିହ୍ନଟ ହୋଇଥିବା ପଜିଟିଭଙ୍କ ମଧ୍ୟରୁ ଅନୁଗୁଳରୁ ୬୦, ବାଲେଶ୍ଵରରୁ ୧୪, ବରଗଡ଼ରୁ ୧୭, ଭଦ୍ରକରୁ ୪, ବଲାଙ୍ଗିରରୁ ୨୦, ବୌଦ୍ଧରୁ ୧, କଟକରୁ ୨୫, ଢେଙ୍କାନାଳରୁ ୨, ଗଜପତିରୁ ୬, ଗଞ୍ଜାମରୁ ୭, ଜଗତସିଂହପୁରରୁ ୬, ଯାଜପୁରରୁ ୮, ଝାରସୁଗୁଡାରୁ ୭, କଳାହାଣ୍ଡିରୁ ୬, କନ୍ଧମାଳ ୧, କେନ୍ଦ୍ରାପଡାରୁ ୯, କେଉଁଝରରୁ ୬, ଖୋର୍ଦ୍ଧାରୁ ୪୬, କୋରାପୁଟରୁ ୭, ମାଲକାନଗିରିରୁ ୪, ମୟୁରଭଞ୍ଜରୁ ୨୪, ନୟାଗଡ଼ରୁ ୨, ନୂଆପଡାରୁ ୮, ପୁରୀରୁ ୧୮, ସମ୍ବଲପୁରରୁ ୨୬, ସୁନ୍ଦରଗଡ଼ରୁ ୬୨, ଷ୍ଟେଟପୁଲରୁ ୧୧ ଜଣ ଚିହ୍ନଟ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୪୭୯୬ରେ ପହଞ୍ଚିଛି । ଏଥିମଧ୍ୟରୁ ୩୦୭୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୧୯୮୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୪୬୮୯୫୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button