Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ କରୋନା ସ୍ଥିତି ବେକାବୁ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩୪୦ ଜଣ କରୋନା ରୋଗୀ ଚିହ୍ନଟ

ରାଜ୍ୟରେ ବେକାବୁ ହେଲାଣି ମହାମାରୀ କରୋନା ସ୍ଥିତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩୪୦ ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୧୭ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୮୨୩ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି

ରାଜ୍ୟରେ ବେକାବୁ ହେଲାଣି ମହାମାରୀ କରୋନା ସ୍ଥିତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩୪୦ ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୧୭ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୮୨୩ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୯୬,୮୮୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧,୯୬,୮୮୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୮୧୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୫୭୨୬୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୫୬୩୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button