Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗତ 24 ଘଣ୍ଟା ମଧ୍ୟରେ 3053 ଜଣ ନୂଆ କରୋନା ରୋଗୀ ଚିହ୍ନଟ

ରାଜ୍ୟରେ ଜାରୀ ରହିଛି ମହାମାରୀ କରୋନା ଆତଙ୍କ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ 3053 ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି

ରାଜ୍ୟରେ ଜାରୀ ରହିଛି ମହାମାରୀ କରୋନା ଆତଙ୍କ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ 3053 ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ମୋଟ ସଂକ୍ରମିତଙ୍କ ମଧ୍ୟରୁ 1804 ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ 1249 ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ରୋଗୀ ଭାବେ ଚିହ୍ନଟ ହୋଇଛନ୍ତି । ଆଜିର ସଂକ୍ରମିତ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 2,29,387ରେ ପହଁଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ 2,29,387 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ 34,314 ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ 1,94,128 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ 3395265 ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button