Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନା, ଗୋଟିଏ ଦିନରେ ସର୍ବାଧିକ ୪,୧୯୮ ଜଣ କରୋନା ରୋଗୀ ଚିହ୍ନଟ

ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଅସମ୍ଭାଳ ହେବାକୁ ଲାଗିଲାଣି । ଆଜି ରାଜ୍ୟରେ ସର୍ବାଧିକ ୪,୧୯୮ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୪୬୭ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ବାକି ୧୭୨୨ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଭାବେ ଚିହ୍ନଟ ହୋଇଛନ୍ତି

ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଅସମ୍ଭାଳ ହେବାକୁ ଲାଗିଲାଣି । ଆଜି ରାଜ୍ୟରେ ସର୍ବାଧିକ ୪,୧୯୮ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୪୬୭ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ବାକି ୧୭୨୨ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଭାବେ ଚିହ୍ନଟ ହୋଇଛନ୍ତି । ଆଜି ରାଜ୍ଯରେ ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୫୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ରେ ପହଞ୍ଚିଛି। ତେବେ ପ୍ରଥମ ଥର ପାଇଁ ରାଜ୍ୟରେ ଗୋଟିଏ ଦିନରେ ଚାରି ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Show More

Related Articles

Back to top button