Breaking PLUSଓଡ଼ିଶାମୁଖ୍ୟ ଖବର

ଆସନ୍ତାକାଲିଠୁ ଖୋଲିବ ନବମ ଓ ଏକାଦଶ ଶ୍ରେଣୀ

କରୋନା ସ୍ଥିତି ସ୍ବାଭାବିକ ହେଉଥିବା ବେଳେ ଶିକ୍ଷା କ୍ଷେତ୍ରକୁ ଟ୍ରାକ୍ କୁ ଆଣିବାକୁ ଉଦ୍ୟମ ଜାରି ରଖିଛନ୍ତି ସରକାର

ଏହି ପରିପେକ୍ଷୀରେ ଆସନ୍ତାକାଲିଠାରୁ ଆରମ୍ଭ ହେବ ନବମ ଓ ଏକାଦଶ ଶ୍ରେଣୀର ପାଠପଢା । ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି ।ବାଣୀବିହାର ପରିସରରେ ଥିବା ହାଇସ୍କୁଲ ପରିଦର୍ଶନ କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ତେବେ ରବିବାର ଦିନ କ୍ଲାସକୁ ନେଇ ଓସ୍ତାର ବିରୋଧ ଉପରେ ମନ୍ତ୍ରୀ କହିଛନ୍ତି ଯେ, ଆମ ପାଇଁ ଚ୍ୟାଲେଞ୍ଜ ଅଛି, ସମସ୍ତ ଶିକ୍ଷକ ଏଥିରେ ସହଯୋଗ କରିବାକୁ ସେ କହିଛନ୍ତି । ପରୀକ୍ଷା ଓ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଆଖିରେ ରଖି ପ୍ରଥମେ ଦଶମ ଓ ଦ୍ବାଦଶ ଶ୍ରେଣୀ ପିଲାଙ୍କ ପାଇଁ ଖୋଲାଯାଇଥିଲା ସ୍କୁଲ ।

ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ଏସ୍‌ଓପିକୁ ପାଳନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।ଇତି ମଧ୍ୟରେ ଅଙ୍ଗନବାଡି କେନ୍ଦ୍ର ମଧ୍ୟ ଖୋଲିଥିବା ବେଳେ ଶୀଘ୍ର ପ୍ରଥମରୁ ଅଷ୍ଟମ ପାଠପଢା ଆରମ୍ଭ ହେବାକୁ ଯାଉଛି । ପୂର୍ବରୁ ରାଜ୍ୟରେ ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ ଖୋଲିସାରିଛି । ଶିକ୍ଷକଙ୍କ ଅଭାବ ରହିବ ନାହିଁ । ଦକ୍ଷତା ଥିବା ପ୍ରାଥମିକ ସ୍କୁଲ ଶିକ୍ଷକଙ୍କ ଶିକ୍ଷାଦାନ ପାଇଁ ନିୟୋଜିତ କରିବାକୁ ଡିଇଓ ଓ ବିଇଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏପରିକି ଅବସରପ୍ରାପ୍ତ ଶିକ୍ଷକ ବି ନିୟୋଜିତ ହେବେ । ରବିବାର କ୍ଲାସ ହେବନି ।

Show More

Related Articles

Back to top button