ଓଡ଼ିଶା

ବଢିଲା ଲକଡାଉନ୍

ଓଡିଶାରେ କରୋନା ସଂକ୍ରମଣ ବଢୁଥିବା ବେଳେ ଲକଡାଉନର ଅବଧିକୁ ମଧ୍ୟ ଜୁନ ୧ ତାରିଖ ଯାଏଁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପ୍ରେସ ବାର୍ତ୍ତାରେ ଘୋଷଣା କରିଛନ୍ତି

ସୂଚନାନୁସାରେ, କରୋନା ସଂକ୍ରମଣ ବଢୁଥିବାରୁ ସରକାର ମେ ୫ରୁ ମେ ୧୯ ତାରିଖ ସକାଳ ଯାଏଁ ଲକଡାଉନ୍ ଲାଗୁ କରିଥିଲେ । ସଂକ୍ରମଣ ଚେନ୍‌ରେ ବ୍ରେକ ଦେବାକୁ ସରକାର ଏହି ପଦକ୍ଷେପ ନେଇଥିଲେ । ଏହି ସମୟରେ କଡାକଡି ଚେକିଂ ହୋଇଥିଲା । ଦୋକାନ, ବଜାର, ସପିଂ ମଲ ଆଦି ବନ୍ଦ ରହିଥିଲା । କେବଳ ସକାଳ ୬ରୁ ଦିନ ୧୨ଟା ଯାଏଁ ପନିପରିବା ଓ ରାସନ ସାମଗ୍ରୀ ଦୋକାନ ଖୋଲା ରଖିବାକୁ ନିର୍ଦ୍ଦେଶ ରହିଥିଲା । ତେବେ କଟକଣାରୁ ଜରୁରୀକାଳିନ ସେବା ଓ ସେବା ଯୋଗାଉଥିବା କର୍ମଚାରୀଙ୍କୁ ବାଦ୍ ଦିଆଯାଇଥିଲା । ଏବେ କିନ୍ତୁ ନୂଆ ଗାଇଡଲାଇନ୍ ଅନୁସାରେ ସକାଳ ୭ଟାରୁ ସକାଳ ୧୧ଟା ଯାଏଁ ପନିପରିବା ଓ ଅନ୍ୟ ରାସନ ସାମଗ୍ରୀ କିଣିବାକୁ ଲୋକମାନେ ବାହାରକୁ ଯାଇପାରିବେ ।କିନ୍ତୁ ଏହା ସତ୍ତ୍ୱେ ସଂକ୍ରମଣ କମୁନଥିବା ନଜର ଆସିଛି ।

ଏବେବି ୧୦ ହଜାର ଉପରେ ଦୈନିକ ସଂକ୍ରମଣ ସାମ୍ନାକୁ ଆସୁଛି । ଆହୁରି ମଧ୍ୟ ଅମାନିଆ ଚେତୁନାହାଁନ୍ତି । ଏସବୁକୁ ନଜରରେ ରଖି ସରକାର ଲକଡାଉନର ଅବଧିକୁ ବୃଦ୍ଧି କରିଛନ୍ତି । ନୂଆ ନିଷ୍ପତ୍ତି ଅନୁସାରେ ଆଉ ୧୩ ଦିନ ବଡିଛି ଲକଡାଉନ୍ । ଏହାକୁ ଜୁନ ୧ ସକାଳ ୫ଟା ଯାଏଁ ବୃଦ୍ଧି କରାଯାଇଛି ।ସୂଚନାଅନୁଯାୟୀ, ପୂର୍ବରୁ ଅନେକ ରାଜ୍ୟ ଲକଡାଉନର ଅବଦ୍ଧିକୁ ବୃଦ୍ଧି କରି ସାରିଛନ୍ତି । ପଶ୍ଚିମବଙ୍ଗ, ଦିଲ୍ଲୀ, ବିହାର ଆଦି ରାଜ୍ୟ ମଧ୍ୟ କିଛି ଦିନ ତଳେ ଲକଡାଉନର ସମୟସୀମାକୁ ବଢାଇଥିଲେ ।

Show More

Related Articles

Back to top button