ଓଡ଼ିଶା

ଓଡ଼ିଶାର ଦୁଇଟି ଜିଲ୍ଲାରେ ମିଳିଛି ସୁନା ଖଣିର ସନ୍ଧାନ

ଭୁବନ‌େଶ୍ବର: ଦେବଗଡ଼ ଜିଲ୍ଲାର ଆଡ଼ାସ-ରମାପଲ୍ଲୀ ଏବଂ କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରେ ସୁନା ଖଣିର ସନ୍ଧାନ ମିଳିଥିବା ନେଇ ସୂଚନା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। ବିଧାୟକ ଅଶ୍ବିନୀ ପାତ୍ରଙ୍କ ପ୍ରଶ୍ନର ଉତ୍ତରରେ ବିଧାନସଭାରେ ଏହା କହିଛନ୍ତି ଖଣି ଓଇସ୍ପାତ ମନ୍ତ୍ରୀ।

ଦେବଗଡ଼ ଜିଲ୍ଲାର ଆଡାସ ରାମପଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଦ୍ବାରା ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ସରିଛି। କେଉଁଝର ଜିଲ୍ଲାର ଗୋପୁର– ଗଜିପୁର ଅଞ୍ଚଳରେ ଜି-୩ ସ୍ତରର ଅନୁସନ୍ଧାନରେ ସନ୍ତୋଷଜନକ ଫଳାଫଳ ବାହାରିବା ଯୋଗୁଁ ସେ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା  ଓ ରାଜ୍ୟ ଖଣି ଓ ଭୂତତ୍ତ୍ଵ ନିର୍ଦ୍ଦେଶାଳୟର ସହଭାଗିତାରେ ଜି-୨ ସ୍ତରରେ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି।

Show More

Related Articles

Back to top button