Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ରାଜ୍ୟରେ ୪୨୦୮ ଜଣ କରୋନା ରୋଗୀ ଚିହ୍ନଟ, ଏହା ସହ ରାଜ୍ୟରେ ଦୁଇ ଲକ୍ଷ ଟପିଲା ମୋଟ କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା

ରାଜ୍ୟରେ ଦିନକୁ ଦିନ ଅସମ୍ଭାଳ ହେଲାଣି ମହାମାରୀ କରୋନା ସ୍ଥିତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୦୮ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୬୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୭୪୬ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଭାବେ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ଦିନକୁ ଦିନ ଅସମ୍ଭାଳ ହେଲାଣି ମହାମାରୀ କରୋନା ସ୍ଥିତି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୦୮ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୬୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୭୪୬ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଭାବେ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ଦୁଇ ଲକ୍ଷ ଅତିକ୍ରମ କରି ୨,୦୧,୦୯୬ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୦୧୦୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୯୨୩୨ଟି ଆକ୍ଟିଭ୍‌ ରୋଗୀ ବର୍ତ୍ତମାନ ରାଜ୍ୟର ବିଭିନ୍ନ ହସପିଟାଲରେ ଚିତ୍କିସିତ ହେଉଥିବା ବେଳେ । ଏବେ ସୁଦ୍ଧା ରାଜ୍ୟରେ ୩୦୦୯୧୮୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button